ଓଡ଼ିଶା ଦକ୍ଷତା ବିକାଶ ପରିଷଦ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁବ୍ରତ ବାଗଚୀ, ଦାୟିତ୍ବ ନେଲେ ଅଳକା ଅରୋରା ମିଶ୍ର

ଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ପାଇଁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିବା ନେଇ ଶ୍ରୀ ବାଗ୍‌ଚୀ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ଶ୍ରୀ ବାଗଚୀ ନିଜର ୭୫୦ ବେଡ୍ ବିଶିଷ୍ଟ କ୍ୟାନସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରରେ ଫୁଲଟାଇମ୍ ଦେବା ନିମନ୍ତେ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।

ତାଙ୍କ ସ୍ଥାନରେ ରାଜ୍ୟ ସରକାର ପୂର୍ବତନ ଆଇଆରପିଏସ୍ ଅଫିସର ଅଳକା ଅରୋରା ମିଶ୍ରଙ୍କୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଶ୍ରୀମତୀ ମିଶ୍ର ଏବେ ୱାଲର୍ଡ ସ୍କିଲ ସେଣ୍ଟରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ କାର୍ଯ୍ୟ କରୁଛନ୍ତି।

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ପାଇଁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ପଦ ଛାଡ଼ିବା ନେଇ ଶ୍ରୀ ବାଗ୍‌ଚୀ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ଶ୍ରୀ ବାଗଚୀ ନିଜର ୭୫୦ ବେଡ୍ ବିଶିଷ୍ଟ କ୍ୟାନସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରରେ ଫୁଲଟାଇମ୍ ଦେବା ନିମନ୍ତେ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।

ତାଙ୍କ ସ୍ଥାନରେ ରାଜ୍ୟ ସରକାର ପୂର୍ବତନ ଆଇଆରପିଏସ୍ ଅଫିସର ଅଳକା ଅରୋରା ମିଶ୍ରଙ୍କୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଶ୍ରୀମତୀ ମିଶ୍ର ଏବେ ୱାଲର୍ଡ ସ୍କିଲ ସେଣ୍ଟରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ କାର୍ଯ୍ୟ କରୁଛନ୍ତି।

ଶ୍ରୀମତୀ ମିଶ୍ର ହେଉଛନ୍ତି ଆଦିତ୍ୟ ବିର୍ଲା ଗ୍ରୁପର ମାନବ ସମ୍ବଳ,କେମିକାଲ ଓ ବିର୍ଲା କାର୍ବନର ନିର୍ଦ୍ଦେଶକ ସନ୍ତୃପ୍ତ ମିଶ୍ରଙ୍କ ପତ୍ନୀ । ରାଜ୍ୟ ସରକାର ଶ୍ରୀ ମିଶ୍ରଙ୍କୁ ଏକାମ୍ର ଐତିହ୍ୟ ପ୍ରକଳ୍ପର ପରାମର୍ଶଦାତା ଭାବେ ମଧ୍ୟ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ସରକାରର ଜଣେ ପାୱାରଫୁଲ୍ ପ୍ରଶାସକଙ୍କ ସମ୍ପର୍କୀୟ ଭାବେ ପରିଚିତ ଏହି ମିଶ୍ର ଦମ୍ପତିଙ୍କର ରାଜ୍ୟ ପ୍ରଶାସନରେ ବେଶ୍ ପ୍ରଭାବ ରହିଛି ।

ଉଲ୍ଲେଖଯୋଗ୍ୟ, ସୁବ୍ରତଙ୍କ ପତ୍ନୀ ସୁସ୍ମିତା ବାଗଚୀ ଏବେ ଓଡ଼ିଶା ସରକାରଙ୍କ ‘ମୋ ସ୍କୁଲ’ କାର୍ଯ୍ୟକ୍ରମର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଛନ୍ତି । ଶ୍ରୀମତୀ ବାଗଚୀ ମଧ୍ୟ ରାଜ୍ୟ ସରକାରରେ ରାଷ୍ଟ୍ରମନ୍ତ୍ରୀ ପାହ୍ୟାର ସୁବିଧାସୁଯୋଗ ପାଉଛନ୍ତି ।

Comments are closed.