ମେ’ ୨୧ରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ

ଭୁବନେଶ୍ବର, ୧୩।୫: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ ଦଶମ ଶ୍ରେଣୀ ଖାତା ମୂଲ୍ୟାୟନ ପ୍ରକ୍ରିୟା। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟ ପହଞ୍ଚିଛି। ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ୨୦ ତାରିଖ ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେବେ।

ସେ ଆହୁରି କହିଛନ୍ତି ଯେ, ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖାଚାଲିବ। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଛି। ଖାତା ଦେଖା ପରେ ମାର୍କ ଅପଲୋଡ୍ କାର୍ଯ୍ୟ କରାଯିବ।

ସୂଚନାଯୋଗ୍ୟ,  ଏପ୍ରିଲ ୨୯ ତାରିଖରେ ମାଟ୍ରିକ ପରୀକ୍ଷା  ଆରମ୍ଭ ହୋଇଥିଲା। ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ  ।୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Comments are closed.