ଅଗଷ୍ଟ ୧୨ରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୧୦।୮: ଆସନ୍ତା ୧୨ ତାରିଖରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦା ସୂଚନା ଦେଇଛନ୍ତି ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଡମିସନ୍ ଲାଗି ଆବେଦନ କରିପାରିବେ‌ ବୋଲି ସୂଚନା ଦିଆଯାଇଛି। କରୋନା ପାଇଁ ଆଡ୍‌ମିସନ୍‌ ଫି’ରେ କୌଣସି ବୃଦ୍ଧି ହେବ ନାହିଁ ବୋଲି ବି ମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ, ରାଜ୍ୟରେ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢ଼ିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। ତାଙ୍କ କହିବା ଅନୁଯାୟୀ, ଚଳିତ ବର୍ଷ ଯୁକ୍ତ ଦୁଇରେ ମୋଟ୍ ୫୪ ହଜାର ୯୦୦ ସିଟ୍ ବୃଦ୍ଧି କରାଯାଇଛି। କଳାରେ ୩୮ ହଜାର, ବିଜ୍ଞାନରେ ୧୩ ହଜାର ଓ ବାଣିଜ୍ୟରେ ୩ ହଜାର ୯୦୦ ସିଟ୍ ବୃଦ୍ଧି ହୋଇଛି। ୭୨ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ଆସିଥିଲା। ଏଥିମଧ୍ୟରୁ କଳାରେ ୪୦ ହଜାର, ବିଜ୍ଞାନରେ ୨୫ ହଜାର ଓ ବାଣିଜ୍ୟରେ ୪ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଥିଲା।

Comments are closed.