ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ

0

ଭୁବନେଶ୍ବର, ୧୪।୮: ଆଜି ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳାଫଳ ଘୋଷଣା କରିଛନ୍ତି। orissaresults.nic.in ୱେବସାଇଟ୍‌ ମାଧ୍ୟମରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଜାଣିପାରିବେ। କଳାରେ ପାସ୍ ହାର ୮୯.୪୯ % ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ଚଳିତ ବର୍ଷ କଳାରେ ୧ଲକ୍ଷ ୯୮ ହଜାର ୩୬୩ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ। ଯୁକ୍ତ ଦୁଇ କଳାରେ ୧ ଲକ୍ଷ ୮୬ ହଜାର ୬୮୫ ଜଣ ପିଲା ପାସ୍‌ କରିଛନ୍ତି। ସେହିପରି ଏକ୍ସରେଗୁଲାରରେ ପାସ୍ ହାର ୨୬ % ରହିଛି। ଧନ୍ଦାମୂଳକ ଶିକ୍ଷାରେ ପାସ୍ ହାର ୮୨.୦୨ ପ୍ରତିଶତ ରହିଛି।

ସୂଚନା ମୁତାବକ, କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା ବେଳେ ବିକଳ୍ପ ମୂଲ୍ୟାୟନ କରାଯାଇଛି। ଗତ ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିଥିଲା। ଯୁକ୍ତ ଦୁଇର ୩ ଲକ୍ଷ ୪୫ ହଜାର ୬୭୨ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ବିଜ୍ଞାନ ଓ ବାଣିଜ୍ୟର ୧ଲକ୍ଷ ୨୩ ହଜାର ୫୦୮ ଜଣ ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ପାଇ ସାରିଛି। କଳା ଓ ଧନ୍ଦାମୂଳକ ଶିକ୍ଷାର ୨ ଲକ୍ଷ ୨୧ ହଜାର ୮୬୭ ଜଣ ଛାତ୍ରଛାତ୍ରୀଙ୍କ ଫଳ ଶନିବାର ପ୍ରକାଶ ପାଇଛି। ଚଳତି ବର୍ଷ କଳା ପାସ୍ ହାର ୯୮.୫୮% ରହିଛି।

 

Leave A Reply

Your email address will not be published.