ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ: କଳା, ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରେଭେନ୍ସା

ଭୁବନେଶ୍ବର, ୨୦/୭: ୨୦୨୪ – ୨୫ ଶିକ୍ଷା ବର୍ଷ ପାଇଁ ଆଜି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି। ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରହିଛି ରେଭେନ୍ସା। କଳାରେ ୭୫. ୧୭% ସହ ଆଗରେ ରହିଚି ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ୍। ସେହିପରି ବିଜ୍ଞାନରେ ୯୧.୫୦% ଓ ବାଣିଜ୍ୟରେ ୭୭% ସହ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ୍ ଆଗରେ ରହିଛି।

ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ। ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାମ କଟ୍ ଅଫ୍ ତାଲିକାରେ ରହିଛି। ବାଦ ପଡିଛନ୍ତି ୪୯ ହଜାର ୬୨୧ ଜଣ। କଳାରେ ୨ ଲକ୍ଷ ୭୧ ହଜାର ୪୯୨ ଜଣ ବିଜ୍ଞାନରେ ୧ ଲକ୍ଷ ୧୭ ହଜାର ୨୭୩ ଜଣ, ବାଣିଜ୍ୟରେ ୨୪ ହଜାର ୩୫୪ ଜଣ, ଉପଶାସ୍ତ୍ରୀ ୮ ହଜାର ୩୭୫ ଜଣ, ଉପଶାସ୍ତ୍ରୀ ୮ ହଜାର ୩୭୫ ଜଣ, ଧନ୍ଦାମୂଳକ ୪ ହଜାର ୯୭୮ ଜଣ ନାମଲେଖାଇବା ପାଇଁ ମନୋନୀତ ହୋଇଛନ୍ତି। ଅଗଷ୍ଟ ୧ ରୁ ଆରମ୍ଭ ହେବ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢା ।

Comments are closed.