ମେ ୩୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

0

କଟକ, ୨୯/୫: ଆସନ୍ତା ମେ ୩୧ରେ ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି। ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇବ। ଏଥର ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ପୂର୍ବରୁ ମ‌େ ୨୮ରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଘୋଷଣା ହୋଇଥିଲା। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ।

ସୂଚନାଯୋଗ୍ୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ଗତ ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋ‌ଇଥିଲା। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନର ଅନ୍‌ଲାଇନ୍‌ ଖାତା ଦେଖାରେ ପ୍ରାୟ ୩ ହଜାର ଓ ଅଫ୍‌ଲାଇନ୍‌ରେ ୫ ହଜାର ମୂଲ୍ୟାୟନକାରୀ ନିୟୋଜିତ ହୋଇଥିଲେ। ବିଜ୍ଞାନ ଓ ବାଣିଜ୍ୟ ବିଭାଗ ବିଷୟଗୁଡ଼ିକର ଇ-ମୂଲ୍ୟାୟନ ଲାଗି ୩୯ଟି ଓ ମାନୁଆଲ୍‌ ମୂଲ୍ୟାୟନ ହେବାକୁ ଥିବା କଳା ଓ ଧନ୍ଦାମୂଳକ ବିଷୟଗୁଡ଼ିକ ଲାଗି ୬୫ଟି କେନ୍ଦ୍ର ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଉଭୟ ଅନଲାଇନ୍ ଓ ଅଫଲାଇନ୍  ଖାତା ଦେଖା ହୋଇଥିଲା। ତାପରେ ଅନ୍ୟାନ୍ୟ ଆନୁସଙ୍ଗିକ କାର୍ଯ୍ୟ ଶେଷ ହୋଇଥିଲା। ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)  ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ଜଣାଯାଇଛି। ଏଥର ଯୁକ୍ତ ୨ ପରୀକ୍ଷା ଫଳ ଗତ ବର୍ଷ ତୁଳନାରେ ଭଲ ହେବ ବୋଲି ଆଶା କରାଯାଉଛି।

 

Leave A Reply

Your email address will not be published.