ରାଜ୍ୟରେ ୪ କୋଟି ଅତିକ୍ରମ କଲା କରୋନା ଟିକାକରଣ

0

ଭୁବନେଶ୍ବର, ୧୨।୧୧ : କରୋନା ଟିକାକରଣକୁ ନେଇ ଆଉ ଏକ ରେକର୍ଡ ସୃଷ୍ଟି କରିଛି ଓଡ଼ିଶା। ଓଡ଼ିଶାରେ କରୋନା ଟିକାକକରଣ ୪ କୋଟି ଅତିକ୍ରମ କରିଛି। ଏ ନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏଥର ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ ଟିକା ଦିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୧ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୨ ଜଣ, ପୁରୀରୁ ୭ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.