କରୋନା କଟକଣା ମଧ୍ୟରେ ପାଳିତ ହେବ ମହାଶିବରାତ୍ରୀ

0

ଭୁବନେଶ୍ବର, ୧୧।୨: କରୋନା କଟକଣା ମଧ୍ୟରେ ଚଳିତ ବର୍ଷ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ପବିତ୍ର ମହାଶିବରାତ୍ରି ଅନୁଷ୍ଠିତ ହେବ। ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଜିଲ୍ଲା ପ୍ରଶାସନର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଆସନ୍ତା ମାର୍ଚ୍ଚ ୧ ତାରିଖରେ ‘ମହାଶିବରାତ୍ରି’ ଅନୁଷ୍ଠିତ ହେଉଥିବା ବେଳେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଏଥର ମଧ୍ୟ ଲିଙ୍ଗରାଜ ମନ୍ଦିରରେ ସୀମିତ ଶ୍ରଦ୍ଧାଳୁରେ ସମସ୍ତ ରୀତିନୀତି ପାଳିତ ହେବ। ଲିଙ୍ଗରାଜ ମନ୍ଦିରରେ ଜାଗର ମହାଦୀପ ମାର୍ଚ୍ଚ ୧ ତାରିଖ ରାତି ୧୦ଟାରେ ଉଠିବ। ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ବେଳେ କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି । ମହାଶିବରାତ୍ରିରେ ଆବଶ୍ୟକ ରୀତିନୀତି ଦାୟିତ୍ୱରେ ଥିବା ସେବାୟତମାନଙ୍କ ପାଇଁ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

Leave A Reply

Your email address will not be published.