ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ: ରାଜ୍ୟରେ ୭୦% ଭୋଟ୍‌ ଗ୍ରହଣ

0

ଭୁବନେଶ୍ବର,୧୬।୨: ରାଜ୍ୟରେ ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟରେ ୭୦ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ରହିଥିଲେ।

ପ୍ରଥମ ପର୍ଯ୍ୟାୟ ଭୋଟ ମୋଟ ୭୧ଟି ବ୍ଳକର ୧୬୬୯ ଟି ଗ୍ରାମ ପଞ୍ଚାୟତରେ ୨୦୦ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୨, ୩୭୯ ବୁଥରେ ନିର୍ବାଚନ ଶେଷ ହୋଇଛି ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ୍ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପନ୍ନ ହୋଇଛି

  କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଳକର ତୁଣ୍ଡାମେଲା ଗ୍ରାମ ପଞ୍ଚାୟତର ୱାର୍ଡ ନମ୍ବର ୧୧ରେ ବିଶେଷ କାରଣ ଯୋଗୁଁ ନିର୍ବାଚନ ହୋଇନାହିଁ କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଛି ପ୍ରାଥମିକ ରିପୋର୍ଟ ଅନୁଯାୟୀ ଢେଙ୍କାନାଳ ଜିଲ୍ଲାର ୩ ଟି ବୁଥ, ଯାଜପୁର ଜିଲ୍ଲାର ୭ଟି ବୁଥ ଏବଂ ପୁରୀ ଜିଲ୍ଲାର ୫ଟି ବୁଥରେ ନିର୍ବାଚନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇଲା ପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ କମିଶନ ଗୁରୁତ୍ବର ସହ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୁର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି

Leave A Reply

Your email address will not be published.