ଓଏଏସସ୍ତର ଅଦଳବଦଳ

ରଘୁରାମ ଆର୍ ଆୟରଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ

0

ଭୁବନେଶ୍ବର, ୨୪।୫: ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନରେ ସ୍ୱତନ୍ତ୍ର ସଚିବ ଥିବା ବରିଷ୍ଠ ଓଏଏସ୍ ରଘୁରାମ ଆର୍‌ ଆୟରଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ତାଙ୍କୁ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ମିଳିଛି। ଶ୍ରୀ ଆୟରଙ୍କ ସମେତ ମୋଟ ୧୩ ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ରେଜିଷ୍ଟ୍ରାର ଓଏଏସ୍ ସୁଦାମ ଚରଣ ମଣ୍ଡଳଙ୍କୁ ଶିଳ୍ପ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ(କେଭିଆଇ) ଭାବେ ବଦଳି ହୋଇଛି। ସେହିପରି ପାରାଦୀପ ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ସୌରିନ୍ଦ୍ର କୁମାର ରାଉତରାୟଙ୍କୁ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ପାରାଦୀପର ଅତିରିକ୍ତ ଜିଲ୍ଲାପାଳ କାହ୍ନୁଚରଣ ଧୀରଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପାରାଦୀପ ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରିବାକୁ କୁହାଯାଇଛି।

ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବା ବେଳେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁଙ୍କୁ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି। ହିନ୍ଦୋଳ ଉପଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କୁ ଢେଙ୍କାନାଳ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି।

ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ ପୂଜା ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଯୁଗ୍ମ ସଚିବ, ନରେଶ ଚନ୍ଦ୍ର ଶବରଙ୍କୁ ଫୁଲବାଣୀ ଆଇଟିଡିଏ ପ୍ରକଳ୍ପ ଅଧିକାରୀ, ଶିବାନନ୍ଦ ସ୍ୱାଇଁଙ୍କୁ ହିନ୍ଦୋଳ ଉପଜିଳ୍ଲାପାଳ, ବରଣ୍ୟେନ୍ଦୁ ମହାନ୍ତିଙ୍କୁ ଇଡକୋ ଲ୍ୟାଣ୍ଡ ଅଫିସର, ବୀରେନ୍ଦ୍ର କୁମାର ଦାସଙ୍କୁ ଛେଳିଆଗଡ଼ ଜଳସେଚନ ପ୍ରକଳ୍ପର ସ୍ୱତନ୍ତ୍ର ଭୂଅଧିଗ୍ରହଣ ଅଫିସର ଓ ପ୍ରିୟବ୍ରତ ପାଢ଼ୀଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି ।

Leave A Reply

Your email address will not be published.