ରଥଯାତ୍ରା ପାଇଁ ଜୁଲାଇ ୮ ତାରିଖ ଦିନ ବନ୍ଦ ରହିବ ବ୍ୟାଙ୍କ, ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ

ଭୁବନେଶ୍ବର, ୩/୭: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ରଥଯାତ୍ରା ପାଇଁ ଆସନ୍ତା ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ରହିବ।

ପୁରୀରେ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଆସନ୍ତା ୮ ତାରିଖ ଦିନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ରଥଯାତ୍ରା ନେଇ ବିଭିନ୍ନ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିଛନ୍ତି। ଚିଳତ ବର୍ଷ ରଥଯାତ୍ରାରେ ପୁରୀରେ କେତେ ଲୋକ ଜୁଟିବେ ସରକାର ଗଣତି କରିବେ। ସେହିପରି ବିଭିନ୍ନ ମାର୍ଗରେ ଅସ୍ଥାୟୀ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବେ।

Comments are closed.