ସୁଭଦ୍ରା ଯୋଜନା ଶୁଭାରମ୍ଭ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର, ୧୭/୯: ସୁଭଦ୍ରା ଯୋଜନା ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବଟନ ଟିପି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହା ଫଳରେ ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କାର ପ୍ରଥମ କିସ୍ତି ଯାଇଛି। ଏହି ଉତ୍ସବରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେ.ଭି ସିଂଦେଓ ଉପସ୍ଥିତ ଅଛନ୍ତି। ଏହାଛଡ଼ା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୁଏଲ୍ ଓରାମ  ବି ମଞ୍ଚାସୀନ ଅଛନ୍ତି। ଏହି ଉତ୍ସବରେ ବିଭିନ୍ନ ଜିଲ୍ଲାର ହିତରାଧିକାରୀମାନଙ୍କୁ ମଞ୍ଚକୁ ଆମନ୍ତ୍ରିତ କରାଯାଇଥିଲା। ଆଜି ୨୫ ଲକ୍ଷ ସୁଭଦ୍ରା ହିତାଧିକାରୀଙ୍କୁ ଯୋଜନା ମାଧ୍ୟମରେ ୧୨୫୦ କୋଟି ଟଙ୍କା ପ୍ରଦାନ କରାଯାଇଛି।

 

Comments are closed.