ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରରୁ ଆସିଲା ଚିଠି

0

ଭୁବନେଶ୍ବର, ୨୭/୬: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ ରୂପେଶ କୁମାର ଏହି ଚିଠି ଲେଖିଛନ୍ତି। ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେପିର ଓଡ଼ିଶା ସଭାପତି ମନମୋହନ ସାମଲଙ୍କ ଦ୍ବାରା ଗତ ୨୪ ତାରିଖ ଦିନ ଅଭିଯୋଗ ଆଧାରରେ କେନ୍ଦ୍ରୀୟ ସଚିବ ଏହି ଚିଠି ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ଲେଖିଛନ୍ତି। ଜଣେ ଆଇଏଏସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଏଥିରେ ଉଲ୍ଲେଖ ରହିଛି। ଆଇଏଏସଙ୍କ ବିରୋଧରେ ପ୍ରମାଣ ସହ ହୋଇଥିଲା ଅଭିଯୋଗ ବୋଲି ଉଲ୍ଲେଖ କରାଯାଇଛି।

କେନ୍ଦ୍ରର ଚିଠିକୁ ସାଂସଦ ଅପରାଜିତା ଷଡ଼ଙ୍ଗୀ ମଙ୍ଗଳବାର ନିଜ ଟ୍ୱିଟ୍ ମାଧ୍ୟମରେ ସାର୍ବଜନୀନ କରିଛନ୍ତି। ଏଥିରେ ସେ କହିଛନ୍ତି ଯେ, ଓଡ଼ିଶା କ୍ୟାଡ଼ରର ଜଣେ ଅଫିସରଙ୍କ ଦ୍ୱାରା ଅଲଇଣ୍ଡିଆ ସର୍ଭିସ ରୁଲସର ଖୋଲା ଉଲ୍ଲଘଂନକୁ ଭାରତ ସରକାର ଗୁରୁତ୍ୱର ସହ ନେଇଛନ୍ତି। ରାଜ୍ୟ ସରକାର ଆଇଏଏସଙ୍କ କ୍ୟାଡ଼ର କଣ୍ଟ୍ରୋଲିଂ ଅଥରିଟି ହୋଇଥିବାରୁ ଉଲ୍ଲଘଂନର ସ୍ପଷ୍ଟ ତଥ୍ୟପ୍ରମାଣ ମିଳିବା ଆଧାରରେ ଏ ଦିଗରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ସଚିବଙ୍କୁ କୁହାଯାଇଛି। ଆମେ ଆଶା କରୁଛୁ ଆଇନ ତା ବାଟରେ ଯିବ।

 

Leave A Reply

Your email address will not be published.