ରାଜଭବନରେ ଶପଥ ନେଲେ ମୁଖ୍ୟ ବିଚାରପତି

ଭୁବନେଶ୍ବର,୪/୧: ଓଡ଼ିଶା ହାଇକୋର୍ଟର ନବନିଯୁକ୍ତ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌ ମୁରଲୀଧର ଆଜି ଶପଥ ଗ୍ରହଣ କରିଛନ୍ତି। ରାଜଭବନର ଅଭିଷେକ ହଲ୍‌ରେ ଅାୟୋଜିତ ଏକ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଥିଲେ। ଏହି ଶପଥ ଗ୍ରହଣ ଉତ୍ସବରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ହାଇକୋର୍ଟର ବିଚାରପତିବୃନ୍ଦ, ରେଜିଷ୍ଟ୍ରାର୍‌ ଜେନେରାଲ୍‌, ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରାଷ୍ଟ୍ରପତିଙ୍କ ଦ୍ବାରା ପ୍ରଦତ୍ତ ନିଯୁକ୍ତି ପତ୍ର ପାଠ କରିଥିଲେ।

Comments are closed.