ତୃତୀୟ ଲହର ସଂପର୍କରେ ସତର୍କ କଲେ ମୁଖ୍ୟମନ୍ତ୍ରୀ

ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍‌ଡାଉନ୍‌ ହେବ: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର, ୪।୮: ତୃତୀୟ ଲହରରୁ ବର୍ତ୍ତିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ କରିଛନ୍ତି ଏବେ ରାଜ୍ୟର ସ୍ଥିତି ଭଲ ରହିଛି ଡାକ୍ତରସ୍ୱାସ୍ଥ୍ୟକର୍ମୀଙ୍କ ଚେଷ୍ଟା ଯୋଗୁଁ ଏପରି ହୋଇଛି ଲୋକମାନେ ଏବେ କୋଭିଡ୍‌ କଟକଣା ମାନି ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।  ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି

ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ କହିଛନ୍ତି, ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ହୁତ  ଭିଡ ହେଉଛି ଏହା ଅତ୍ୟନ୍ତ  ବିପଦପୂର୍ଣ୍ଣ ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁ ଭାବରେ ବଢ଼ିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରି ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୁଦ୍ଧ ଏ ପର୍ଯ୍ୟନ୍ତ ସରିନାହିଁ ଦେଶର ଅନ୍ୟ ରାଜ୍ୟମାନଙ୍କରେ କରୋନା ସଂକ୍ରମଣ ବଢୁଛି ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ରହିଛି। ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡ଼ିଶା ଧୀରେଧୀରେ ଅନ୍‌ଲକ୍‌ ହେଉଛି କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ । କରୋନା ଭୂତାଣୁ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି। ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ଏହାଦ୍ବାହା ହିଁ ଆମେ ତୃତୀୟ ଲହରର ସଂକ୍ରମଣକୁ କମ୍‌ କରିଦେଇପାରିବା।

ମୁଖ୍ୟମନ୍ତ୍ରୀ କହିଲେ, ଦ୍ବିତୀୟ ଲହରରେ ଆମେ ଦେଖିଲେ କରୋନା ଭୂତାଣୁ କାହାରିକୁ ଛାଡ଼ି ନାହିଁ ବୁଢ଼ାଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସୁରକ୍ଷା ଦେଉଛି କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ।  ମୁଖ୍ୟମନ୍ତ୍ରୀ କହିଥିଲେ, ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡ଼ିଶାରେ ଘଟି ନାହିଁ । ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି ଡାକ୍ତରମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ

ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ, ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେଜୀବନ ଅମୂଲ୍ୟ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ ତେଣୁ ଓଡ଼ିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ କହିଥିଲେ, ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ ।

Leave A Reply

Your email address will not be published.