ନୀଳମାଧବ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0

ଭୁବନେଶ୍ବର,୨୭।୪: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତମାନଙ୍କ ସହଯୋଗ କାମନା କରିଛନ୍ତି । 

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର, ଦର୍ଶନ ସହ ପରିକ୍ରମା, ଚନ୍ଦନ ପୁଷ୍କରିଣୀର ସୌନ୍ଦର୍ଯ୍ୟକରଣ ସହିତ ଚତୁଃପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ ସହିତ ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି ମନ୍ଦିରକୁ ଯାଇଥିବା  ପାହାଚର ପୁନରୁଦ୍ଧାର ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ ବୟସ୍କ ଓ ଭିନ୍ନକ୍ଷମମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ମଧ୍ୟ ପଦକ୍ଷେପ ନିଆଯିବ ।

ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବଯାତ୍ରୀମାନଙ୍କ ଅପେକ୍ଷାଗୃହରେ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ବିକାଶ କରାଯିବମନ୍ଦିରକୁ ପ୍ରବେଶ ପାଇଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ରାସ୍ତାର ପ୍ରଶସ୍ତୀକରଣ କରାଯିବ। ପୂର୍ବ ପାର୍ଶ୍ବ ରାସ୍ତାକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ରାସ୍ତାକୁ ୧୨ ମିଟର ପ୍ରଶସ୍ତ କରାଯିବ।

Leave A Reply

Your email address will not be published.