୩୧ରେ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀଗସ୍ତ

ଭୁବନେଶ୍ବର, ୨୨।୮: ଚଳିତ ମାସ ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ଅଗଷ୍ଟ ୬ ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ୮ରେ ଓଡ଼ିଶା ଫେରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତମାସ ୩୧ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ସେପ୍ଟେମ୍ବର ୪ ତାରିଖରେ ଭୁବନେଶ୍ୱର ଫେରିବେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ଓଡ଼ିଶା ଭବନରେ ଏକ ସମୀକ୍ଷା ବୈଠକରେ ସାମିଲ ହୋଇପାରନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଚୂଡ଼ାନ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇନଥିଲେ ମଧ୍ୟ ଅଗଷ୍ଟ ୩୧ତାରିଖରେ ଦିଲ୍ଲୀ ଗସ୍ତ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତ ଜୁଲାଇ ୨୫ରେ ୪ଦିନିଆ ଓ ଅଗଷ୍ଟ ୬ରେ ୩ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ।

Comments are closed.