ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

0

ପୁରୀ ୧୮/୦୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ବୈଠକରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ପୂର୍ବାହ୍ନ ସାଢ଼େ ୧୧ଟାରେ ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ଭିଡିଓ କନଫେରେନ୍ସରେ ଜରିଆରେ ତୃତୀୟ ସମନ୍ୱୟ ବୈଠକର ଆଲୋଚନା କରିଛନ୍ତି ଦୀର୍ଘ ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ କଡ଼ା ସୁରକ୍ଷା ମଧ୍ୟରେ ସୁରୁଖୁରୁରେ ଅନୁଷ୍ଠିତ ନେଇ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ରାଜ୍ୟବାସୀଙ୍କ ସହଯୋଗ କାମନା କରିଛନ୍ତି

ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତିଏବର୍ଷ ଅଧିକ ଭକ୍ତ ଆସିବେ ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ କହିଛନ୍ତି। କୋଭିଡ୍ ସମୟରେ ରଥଯାତ୍ରା ବେଳେ ସେବାୟତ ମାନେ ଯେପରି ସହଯୋଗ କରି ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ। ସେଥିପାଇଁ ସେ ସେବାୟତ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ

ଏହି ସମନ୍ବୟ ବୈଠକରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ । ଉନ୍ନୟନ କମିଶନର ପି.କେ. ଜେନା ରଥଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ରାଞ୍ଚଳ ଆରଡିସି ଧନ୍ୟବାଦ ଅର୍ପଣ କରିଥିଲେ । ବୈଠକରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ସାଂସଦ ଓ ବିଧାୟକ ପ୍ରମୁଖଙ୍କ ସହିତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ପୁରୀ ଜିଲ୍ଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ।

Leave A Reply

Your email address will not be published.