ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଚୁକ୍ତିଭିତ୍ତିରେ ନିୟୋଜିତ କର୍ମଚାରୀଙ୍କ ପାରିଶ୍ରମିକରେ ୨୫% ବୃଦ୍ଧି

ଭୁବନେଶ୍ବର, ୩।୧୧: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା କର୍ମଚାରୀମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତିଏହାଦ୍ବାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଆଉଟସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି କର୍ମଚାରୀମାନଙ୍କର ଇ.ପି.ଏଫ ଓ ଇ.ଏସ୍‌.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥାଗୁଡ଼ିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତିଏତଦ୍‌ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ସେହିପରି ଗର୍ଭବତୀ ମହିଳା କର୍ମଚାରୀମାନଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି

Comments are closed.