ଅଷ୍ଟ୍ରେଲିଆ ବିଶ୍ବ ଚାମ୍ପିଅନ; ୬ ଓ୍ବିକେଟରେ ହାରିଲା ଭାରତ, ଟ୍ରାଭିସ ହେଡଙ୍କ ଶତକ

କ୍ରିକେଟ ବିଶ୍ବକପ୍‌ ଫାଇନାଲ

0

ଅହମଦାବାଦ, ୧୯/୨୨ : ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଚାଲିଥିବା ଆଇସିସି ବିଶ୍ବକପ ଫାଇନାଲରେ ଭାରତକୁ ୬ ଓ୍ବିକେଟରେ ପରାସ୍ତ କରି ବିଶ୍ବ ଚାମ୍ପିଅନ ହୋଇଛି ଅଷ୍ଟ୍ରେଲିଆ । ବ୍ୟାଟିଂ, ବୋଲିଂ ଓ ଫିଲଡିଂ ସବୁ ବିଭାଗରେ ଭାରତଠାରୁ ଉନ୍ନତ ଖେଳି ୬ଷ୍ଠ ଥର ପାଇଁ ବିଶ୍ବକପ ହାତେଇଛି ଅଷ୍ଟ୍ରେଲିଆ ।

ଭାରତ ଦ୍ବାରା ଅଷ୍ଟ୍ରେଲିଆ ଆଗରେ ୨୪୧ ରନର ଲକ୍ଷ୍ୟ ରଖାଯାଇଥିଲା । ଆରମ୍ଭରୁ ଭାରତୀୟ ବୋଲରମାନେ ୩ଟି ଓ୍ବିକେଟ ନେଇ ଆଶା ସଂଚାର କରିଥିଲେ । କିନ୍ତୁ ଟ୍ରାଭିସ୍ ହେଡ୍ ଓ ମାର୍ନସ ଲାବୁସଚେନ ଲଢୁଆ ବ୍ୟାଟିଂ କରି ବିଜୟ ଭାରତ ହାତରୁ ଛଡେଇ ନେଇଥିଲେ । ଫାଇନାଲ ପରି ବଡ଼ ମ୍ୟାଚରେ ହେଡ୍ ଶତକ ( ୧୩୭ ରନ)  ହାସଲ କରି ବିଜୟରେ ବଡ଼ ଭୂମିକା ଗ୍ରହଣ କରିଥଲେ । ଲାବୁସଚେନ ୫୭ ରନ କରିଥିଲେ ।

ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତର ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ ଦଳ ପାଇଁ ଭଲ ଆରମ୍ଭ କରିଥିଲେ । ଗିଲ ମାତ୍ର ୪ ରନ କରି ଆଉଟ ହୋଇଥିବାବେଳେ ରୋହିତ ବିସ୍ଫୋରକ ବ୍ୟାଟିଂ ଜାରି ରଖିଥିଲେ । କିନ୍ତୁ ରୋହିତ ୪୭ ରନ କରି ଆଉଟ ହେବା ପରେ ରନ ଗତି ଧୀମେଇ ଯାଇଥିଲା । ତେବେ ବିରାଟ କୋହଲି ଓ କେଏଲ ରାହୁଲ ସତର୍କତା ସହ ବ୍ୟାଟିଂ କରି ସ୍କୋରକୁ ଆଗେଇ ନେଇଥିଲେ । କିନ୍ତୁ ବିରାଟ ଆଉଟ ହେବା ପରେ ଦଳ ସଂକଟରେ ପଡ଼ିଯାଇଥିଲା । ରାହୁଲ ୬୬ ରନ କରି ଆଉଟ ହୋଇଥିଲେ । ସୂର୍ଯ୍ୟକୁମାର ଯାଦବ ୨୮ଟି ବଲରୁ ୧୮ ରନ କରିଥିଲେ । ତେବେ ଶେଷ ଓ୍ବିକେଟରେ କୂଳଦୀପ ଯାଦବ ଓ ମହମ୍ମଦ ସିରାଜ ସତର୍କତାର ସହ ଖେଳି ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେଇଯାଇଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ୩ଟି ଓ୍ବିକେଟ ନେଇଥିବାବେଳେ ଜୋସ ହେଜଲଉଡ୍ ୨ଟି ଓ୍ବିକେଟ ନେଇଥିଲେ ।

Leave A Reply

Your email address will not be published.