ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଇଲେ ରାଜ୍ୟ ସରକାର

ମହଙ୍ଗା ଭତ୍ତା ୩୧% ରୁ ୩୪%କୁ ବୃଦ୍ଧି

0

ଭୁବନେଶ୍ଵର, ୧୯/୯ : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି। ପିଛିଲା ଭାବେ ଜାନୁଆରୀ ୨୦୨୨ରୁ ମହଙ୍ଗା ଭତ୍ତା ଲାଗୁ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା।

୨୦୨୨ ଜାନୁଆରୀରୁ ପିଛିଲା ଭାବରେ ମହଙ୍ଗା ଭତ୍ତା ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। କର୍ମଚାରୀ ଓ ପେନ୍ସନଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ଵାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ।

Leave A Reply

Your email address will not be published.