ସାରଳା ମନ୍ଦିର ଉନ୍ନତୀକରଣ ମାଷ୍ଟରପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନୁମୋଦିତ

ଖର୍ଚ୍ଚ ହେବ ୪୨ କୋଟି

ଭୁବନେଶ୍ବର, ୨।୬:ଡ଼ିଶା ଶକ୍ତି ପୂଜାର ପ୍ରାଚୀନ ପୀଠ ଝଙ୍କଡ ପୀଠ ତନ୍ମଧ୍ୟରୁ ଅନ୍ୟତମ ପ୍ରସିଦ୍ଧ ମାତୃ ଉପାସନା ପୀଠ ଝଙ୍କଡବାସିନୀ ମାସାରଳାଙ୍କ ଆଶୀର୍ବାଦରୁ ସାରଳା ଦାସ ସିଦ୍ଧି ଲାଭ କରିଥିଲେ, ଆଦିକବି ହୋଇଥିଲେ।  ଅଷ୍ଟମ ଶତାଦ୍ଦୀରେ ଭୌମକର ବଂଶର ରାଜା ମାନଙ୍କ ଦ୍ବାରା ନିର୍ମିତ ସାରଳା ମନ୍ଦିର ସବୁବେଳେ ଭକ୍ତମାନଙ୍କ ଆକର୍ଷଣର କେନ୍ଦ୍ର ହୋଇ ରହିଛିମାଙ୍କ ଆଶୀର୍ବାଦ ପାଇଁ ଏଠାରେ ସବୁବେଳେ ଭକ୍ତମାନଙ୍କ ଭିଡ ଲାଗି ରହିଥାଏ। ଝଙ୍କଡ ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ନିକଟରେ ମାସାରଳାଙ୍କ ପୀଠ ପରିଦର୍ଶନ କରିଥିଲେ।  ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ମାଙ୍କ ପୀଠର ଉନ୍ନତିକରଣ ସଂପର୍କରେ ବିଶଦ ଆଲୋଚନା କରିଥିଲେ ସବୁ ଦିଗକୁ ଦୃଷ୍ଟିରେ ରଖି ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ  ପୂର୍ତ୍ତ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ।

ଭୁବନେଶ୍ବରରେ ଅନୁଷ୍ଠିତ  ଏକ ବୈଠକରେ ଗୁରୁବାର ଏହି ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ଉପସ୍ଥାପନା କରାଯାଇଥିଲା। ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୪୨ କୋଟି ଟଙ୍କା ଖର୍ଚ୍ଚ ହେବ।  ବର୍ଷକ  ମଧ୍ୟରେ କାମ ସଂପୂର୍ଣ୍ଣ  କରିବାକୁ  ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ଏଥିରେ ମନ୍ଦିର ପରିସରରେ ଥିବା  ମନ୍ଦିରମାନଙ୍କ ବିକାଶ ହେବ। ଏହା ସହିତ ପୁଷ୍କରଣୀର ବିକାଶ, ପୂର୍ବ ପଶ୍ଚିମ ଉତ୍ତର ଓ ଦକ୍ଷିଣ ଦ୍ବାର ନିର୍ମାଣ ସହ ଐତିହ୍ୟ ପାଚେରୀ ନିର୍ମାଣ କରଯିବ । ଏତଦ୍‌ବ୍ୟତୀତ ମନ୍ଦିରର ରୋଷଘର, ଆନନ୍ଦ ବଜ଼ାର,ଗୋଦାମ ଘର, ଚନ୍ଦନ ପୋଖରୀର ବିକାଶ ଓ ଚଲାପଥ, ମୁଣ୍ଡନ ମଣ୍ଡପ, ନୂତନ ଦୋଳବେଦୀ ଓ ମହାବୀର ମନ୍ଦିରର ପୁନର୍ବିନ୍ୟାସ କରାଯିବ। ଯାତ୍ରୀ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଭୋଗ, ଦୀପ ମଣ୍ଡପ, ଜୋତା ଷ୍ଟାଣ୍ଡ, ପୋଲିସ କଣ୍ଟ୍ରୋଲ ରୁମ୍‌, ମନ୍ଦିର କାର୍ଯ୍ୟାଳୟ ଆଦି ନିର୍ମାଣ କରାଯିବ। ଯାତ୍ରୀଙ୍କ ରହଣୀ ପାଇଁ ଥିବା ବ୍ୟବସ୍ଥାର ପୁନରୁଦ୍ଧାର କରାଯିବ। ଏତଦ୍‌ବ୍ୟତୀତ ବିଶ୍ରାମ କକ୍ଷ ଓ ଶୌଚାଳୟ ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପାଖରେ ବିଭିନ୍ନ ଦୋକାନ ଖୋଲିଥିବା ବ୍ୟବସାୟୀ ମାନଙ୍କୁ ଶୃଙ୍ଖଳିତ ଭାବରେ ଥଇଥାନ କରାଯିବ। ବର୍ତ୍ତମାନର ସପିଂ କମ୍ପ୍ଲେକ୍‌ସର ପୁନର୍ବିନ୍ୟାସ କରାଯାଇ ୭୨ ଜଣ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ସେଠାରେ ଗାଡି ମଟର ପାର୍କିଂ ସହିତ ଶୌଚାଳୟର ସୁବିଧା ମଧ୍ୟ ରହିବ

ଆଦିକବିଙ୍କ ସ୍ମୃତିରେ ନଣ୍ଡା ଦେଉଳ ବରଗଛ ନିକଟରେ ସାରଳା ଦାସଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତୀ ନିର୍ମାଣ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଦ୍ଵିତୀୟ ପର୍ଯ୍ୟାୟ ରେ ମନ୍ଦିରକୁ ସଂଯୋଗ  କରୁଥିବା  ରାସ୍ତା କୁ ମଧ୍ୟ ଚଉଡା  କରାଯିବମୁଖ୍ୟମନ୍ତ୍ରୀ ଙ୍କ  ସଚିବ 5ଟି ଶ୍ରୀ  ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା  କରିଥିଲେ ଆଲୋଚନା ରେ ଭାଗ ନେଇଥିବା  ସେବାୟତ ମାନେ  ବିଭିନ୍ନ ପୀଠର  ଉନ୍ନତି ପାଇଁ ସରକାରଙ୍କ ପଦକ୍ଷେପ ର ଉଚ୍ଚ ପ୍ରଶଂସା  କରିଥିଲେ  ଏଥି ପାଇଁ ମୁଖ୍ୟମନ୍ତ୍ରୀ ଓ 5ଟି ସଚିବ ଙ୍କୁ ଧନ୍ୟବାଦ ଜଣାଇଥିଲେ। ଉପସ୍ଥାପନା ରେ ମୁଖ୍ୟ ଶାସନ  ସଚିବ  ସୁରେଶ ମହାପାତ୍ର  ଓ ବରିଷ୍ଠ  ଅଧିକାରୀ , ଜଗତସିଂହପୁର ଜିଲ୍ଲାପାଳ ଓ ସେବାୟତମାନେ ଯୋଗ  ଦେଇଥିଲେ। ପୂର୍ତ୍ତ ସଚିବ ଏବଂ ଓବିସିସିର ଏମଡି ଉପସ୍ଥାପନ କରିଥିଲେ।

Comments are closed.