ଶନିବାର ସନ୍ଧ୍ୟାରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା

0

ଭୁବନେଶ୍ବର, ୧୬।୯: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଏସ୍‌ଆରସିଙ୍କ ସୂଚନା ଶନିବାର ସନ୍ଧ୍ୟାରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା ଥିବା ସ୍ୱତନ୍ତ୍ର ରିଲିଫ କମିସନର ସୂଚନା ଦେଇଛନ୍ତି କଟକ, ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାକୁ ସତର୍କ କରାଯାଇଛି ଏସଆରସି କହିଛନ୍ତି, ଶନିବାର ସକାଳ ସୁଦ୍ଧା ମୁଣ୍ଡଳୀରେ ୮ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ, ଯାହାର ପ୍ରଭାବରେ ଏହି ୪ ଜିଲ୍ଲାରେ ଶନିବାର ସନ୍ଧ୍ୟାରେ ଏକ ନିମ୍ନ ମଧ୍ୟମ ଧରଣର ବନ୍ୟା ପାସ୍ କରିବ। ଯେହେତୁ ଛତିଶଗରେ ପ୍ରବଳ ବର୍ଷା ହେଉଛି। ସେଥିପାଇଁ ହୀରାକୁଦକୁ ସେକେଣ୍ଡ ପିଛା ୫ ଲକ୍ଷ ୨୦ ହଜାର ୪୫୭ କ୍ୟୁସେକ ଜଳ ପ୍ରବେଶ କରୁଛି ସେହିଭଳି ହୀରାକୁଦରୁ ୨୮ଟି ଗେଟ୍ ଦେଇ ୪ ଲକ୍ଷ ୮୧ ହଜାର କ୍ୟୁସେକ ଜଳ ନଦୀ ମଧ୍ୟକୁ ନିଷ୍କାସିତ ହେଉଛି, ଯାହାର ପ୍ରଭାବରେ ଶନିବାର ସକାଳ ସୁଦ୍ଧା ମୁଣ୍ଡଳୀରେ ୮ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ ଏହାବାଦ୍ ଆଗକୁ ପୂର୍ଣ୍ଣିମା ଥିବାରୁ ଜଳ ନିଷ୍କାସନରେ ସମସ୍ୟା ଦେଖାଦେବ ବୋଲି କହିଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଯେଉଁଥିପାଇଁ ଏହା ଉପରେ ନଜର ରଖିବାକୁ ଜଳ ସମ୍ପଦ ବିଭାଗର ଜଣେ ଲେଖାଏ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି

ଯେଉଥିପାଇଁ ଉପକୂଳ ଜିଲ୍ଲା ଗୁଡିକରେ ଓଡ୍ରାଫ୍, ଏନଡିଆରଏଫ ଓ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି ଓଡ୍ରାଫର ୩୦ଟି ଟିମ, ଏନଡିଆରଏଫର ୧୨ଟି ଟିମ ଓ ଅଗ୍ନିଶମର ୧୦ଟି ଟିମକୁ ମୁତୟନ କରାଯାଇଛି । ତେବେ ବର୍ତମାନ ସୁଦ୍ଧା ୯ଜଣଙ୍କର ମୃତ୍ୟୁ ହୋଇଥିବା ବେଳ ୨ଜଣ ନିଖୋଜ ଅଛନ୍ତି

ଏହା ଭିତରେ  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ୧୮ରେ ଉତ୍ତର ଓଡ଼ିଶାରେ ଏହା କେନ୍ଦ୍ରୀଭୂତ ହେବ ଏହାକୁ ନଜରରେ ରଖି ୧୯ ଓ ୨୦ ତାରିଖରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ଆଇଏମଡି ଡିଜି ସୂଚନା ଦେଇ କହିଛନ୍ତି, ପୂର୍ବ ଲଘୁଚାପ ଭଳି ଏହାର ପ୍ରଭାବ ନରହିପାରେ । ତେବେ ସୃଷ୍ଟି ହୋଇଥିବା ଘୂର୍ଣିବଳୟକୁ ନଜରରେ ରଖି ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଆଡେ ମୁହାଁଇବ । ଏହାର ପ୍ରଭାବରରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହେବ ୧୮ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ସହ ତିନି ଦିନ ଅଧା ଓଡ଼ିଶାକୁ ଭିଜାଇବ ବୋଲି ଜଣାପଡ଼ିଛି

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ୧୮ ତାରିଖରେ ମୟୂରଭଂଜ, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ।  ସେହିପରି ୧୯ ତାରି୍ଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି୧୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଭଦ୍ରକ, ବାଲେଶ୍ୱର. ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ୨୦ ତାରିଖରେ ଉତର-ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାରେ ଅଧିକ ବର୍ଷିବ ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ଦେବଗଡ ଓ ସମ୍ବଲପୁରରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

Leave A Reply

Your email address will not be published.