ରତ୍ନଭଣ୍ଡାର ମାମଲାରେ ୪ ପକ୍ଷଙ୍କୁ ହାଇକୋର୍ଟଙ୍କ ନୋଟିସ୍, ଅଗଷ୍ଟ ୭ରେ ପରବର୍ତ୍ତୀ ଶୁଣାଣି…

0

ଭୁବନେଶ୍ବର, ୫/୭: ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ହୋଇଛି । ମାମଲାରେ ୪ ପକ୍ଷଙ୍କୁ ନୋଟିସ କରିଛନ୍ତି ହାଇକୋର୍ଟ । ଏଏସଆଇ ଡିଜି, ଏଏସଆଇ ଅଧିକ୍ଷକ, ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସକଙ୍କୁ ଏହି ନୋଟିସ ହୋଇଛି । ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ବରିଷ୍ଠ ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନ ଆଧାରରେ ଏହି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଅଗଷ୍ଟ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ରତ୍ନଭଣ୍ଡାର ଖୋଲିବା ଓ ଚାବି ହଜିବା ପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି । ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଉ ବୋଲି ସେ ଆବେଦନ କରିଛନ୍ତି । କାର୍ଯ୍ୟରତ ବିଚାରପତିଙ୍କ ତତ୍ୱାବଧାନରେ ରତ୍ନଭଣ୍ଡାର ଖୋଲି ସବିଶେଷ ତାଲିକା ପ୍ରସ୍ତୁତ କରାଯାଉ ଏହାସହିତ ରତ୍ନଭଣ୍ଡାର ଚାବି କିପରି ହଜିଲା ସିବିଆଇ ତଦନ୍ତ ଦାବି କରିଛନ୍ତି ସେ ।

 

 

Leave A Reply

Your email address will not be published.