ଆଇଏଏସ୍‌ସ୍ତରରେ ଅଦଳବଦଳ: ସରୋଜ କୁମାର ସାମଲ ହେଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

0

ଭୁବନେଶ୍ବର, ୧୮।୪: ଆଇଏଏସ୍‌ସ୍ତରରେ ରାଜ୍ୟ ସରକାର ଆଜି ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏଠାରେ ଅବସ୍ଥାପିତ ଥିବା ୨୦୧୧ କ୍ୟାଡର ଆଇଏଏସ୍‌ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ବଦଳି ହୋଇଛି।

ଶ୍ରୀ ତ୍ରିପାଠୀଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଏଥି ସହିତ ଶ୍ରୀ ତ୍ରିପାଠୀଙ୍କ ହାତରେ ଏସ୍‌ସିଏସ୍‌ଟିଆରଟିଆଇ ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଇବେ।

ସୂଚନାଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ଏଠାକାର ୨୦୧୨ କ୍ୟାଡର ଆଇଏଏସ୍‌ ଅଧିକାରୀ ସରୋଜ କୁମାର ସାମଲଙ୍କୁ ଗତ ୬ ତାରିଖ ଦିନ ବଦଳି ହୋଇଥିଲା। ଶ୍ରୀ ସାମଲଙ୍କ ସ୍ଥାନରେ ସୋନପୁରର ପୂର୍ବତନ ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ଝାରସୁଗୁଡ଼ାରେ ନୂଆ ଦାୟିତ୍ବ ମିଳିଥିଲା।

 

Leave A Reply

Your email address will not be published.