ମେ’ ୨୭ରେ କେରଳ ଛୁଇଁବ ମୌସୁମୀ

0

ଭୁବନେଶ୍ବର, ୧୩।୫: ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଅବଶ୍ୟ ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେ କଥା କୁହାଯାଇନି। ହେଲେ ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି।

ଆଇଏମ୍‌ଡି ଆଜି ବୁଲେଟିନ୍‌ ଜାରି କରି ଚଳିତ ବର୍ଷ ମେ’ ୨୭ରେ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରିଛି। ଏହି ଆକଳନରେ ମଡେଲଜନିତ ତ୍ରୁଟି ୪ ଦିନ ଆଗ/ପଛ ହେବାର ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି।

ବିଭାଗ କହିଛି, ସାଧାରଣତଃ ମୌସୁମୀ ଜୁନ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବାର ସମ୍ଭାବନା ରହିଛି। ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଏଥର ଏହା ସ୍ୱାଭାବିକ ରହିବ।

Leave A Reply

Your email address will not be published.