ରାଜ୍ୟରେ ନକଲି ଔଷଧ କାରବାରର ଗୁମର ଖୋଲିବ କ୍ରାଇମବ୍ରାଞ୍ଚ

ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫:  ରାଜ୍ୟରେ ନକଲି ଔଷଧ କାରବାରର ଗୁମର ଖୋଜିବ କ୍ରାଇମବ୍ରାଞ୍ଚ। ନକଲି ଔଷଧ କାରବାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କିଛି ଦିନ ତଳେ କଟକରୁ ବିପୁଳ ପରିମାଣର ନକଲି ଔଷଧ ଠାବ ହୋଇଥିଲା। କଟକ କନିକା ଛକ ନିକଟ ଏକ ଔଷଧ ଦୋକାନରୁ ଏହି ଔଷଧ ଜବତ ହୋଇଥିଲା । ଯାହା ଭିତରେ ୧୭ ହଜାର ଫାଭିଫିରାଭିର ଟାବଲେଟ୍ ଜବତ ହୋଇଥିଲା । ଏହା ପରେ ସାରା ରାଜ୍ୟରେ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ ପାଇଥିଲା । ଏହାପରେ ଏହି ଘଟଣାର ତଦନ୍ତ ନେଇ ନିର୍ଦ୍ଦେଶ ଦେଇଥିଲା ସ୍ୱାସ୍ଥ୍ୟ ବିଭାଗ । ଔଷଧ ନିଗମ ଓ ପୋଲିସ ମିଳିତ ଭାବେ ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ କହିଥିଲା ସ୍ୱାସ୍ଥ୍ୟ ବିଭାଗ। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାକୁ ଗମ୍ଭୀରତାର ସହ ନେବା ସହିତ, କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଏହି ସବୁ ନକଲି ଔଷଧ କେଉଁଠୁ ଆସି କେଉଁଠିକୁ ଯାଉଥିଲା, ସେନେଇ ତଦନ୍ତ କରାଯିବ ବୋଲି ଜଣାପଡ଼ିଛି

Comments are closed.