ବିଶ୍ଵବିଦ୍ୟାଳୟରେ ପରିଣତ ହେଲା ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟ, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ଵର, ୦୨/୦୨ : ବିଶ୍ଵବିଦ୍ୟାଳୟରେ ପରିଣତ ହେଲା ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟ। ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀମାନଙ୍କର ବହୁ ଦିନର ଦାବି ଆଜି ପୂରଣ ହୋଇଛି। ମୁଖ୍ୟମନ୍ତ୍ରୀ ଏନେଇ ଖୁସି ବ୍ୟକ୍ତ କରିଛନ୍ତି।

ବିକ୍ରମଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି। ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା। ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପୋଷ୍ଟ ଗ୍ରାଜୁଏଟ୍ ପ୍ରୋଗ୍ରାମ, ୧୭ଟି ଅଣ୍ଡର ଗ୍ରାଜୁଏଟ୍ ପ୍ରୋଗ୍ରାମ, ସହିତ BBA, BCA, ଓ B.ED ପାଠ୍ୟକ୍ରମ ଜାରି ରହିଛି ।

ବର୍ତ୍ତମାନ ଚାରି ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି। ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ଦକ୍ଷିଣ ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଏହା ଏକ ମାଇଲ୍‌ଷ୍ଟୋନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.