ଚଳିତ ବର୍ଷ ଓଡ଼ିଶାରେ ରେକର୍ଡ ତାପମାତ୍ରା: ଜଳୁଛି ପଶ୍ଚିମ ଓଡ଼ିଶା, ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରି

ଭୁବନେଶ୍ବର, ୩୦/୫: ରାଜ୍ୟରେ ଚଳିତ ବର୍ଷର ତାପମାତ୍ରା ରେକର୍ଡ କରିଛି। ଆଜି ପୂରା ପଶ୍ଚିମ ଓଡ଼ିଶା ପ୍ରବଳ ଖରାରେ ଜଳିଛି। ଝାରସୁଗୁଡ଼ାରେ ପାରଦ ୪୭ଡିଗ୍ରିକୁ ଉଠିଛି। ଏଥି ସହିତ ଝାରସୁଗୁଡ଼ାରେ ମେ’ ମାସର ସର୍ବକାଳୀନ ରେକର୍ଡ ଭାଙ୍ଗିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ୨୬ ବର୍ଷ ପୂର୍ବରୁ ୧୯୯୮ ମେ’ ୨୮ ତାରିଖରେ ଝାରସୁଗୁଡ଼ାରେ ୪୮ଡ଼ିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଆଜିର ତାପମାତ୍ରା  ଝାରସୁଗୁଡା ଇତିହାସରେ ୬ଷ୍ଠ ଥର ପାଇଁ ଯୁଗ୍ମ ସର୍ବାଧିକ ତାପମାତ୍ରା ବୋଲି କୁହାଯାଇଛି।

ଓଡ଼ିଶାରେ ପ୍ରବଳ ଖରା ହେଉଥିବା ବେଳେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। ଏହା ଉତ୍ତର-ପୂର୍ବ ଅଞ୍ଚଳ ଆଡକୁ ମୁହାଁଇବ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ଶ୍ରୀ ମହାପାତ୍ର କହିଛନ୍ତି, ମୌସୁମୀ ଆଗୁଆ ଆସି। ଦୁଇ ଦିନ ପୂର୍ବରୁ କେରଳ ଛୁଇଁଛି। ଓଡିଶାକୁ ଜୁନ ୧୨ ପରେ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି। ଦେଶରେ ଏଥର ଭଲ ବର୍ଷା ହେବ। ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇପାରେ। ୧ ଜୁନରୁ ୩୧ ସେପଟେମ୍ବର ଯାଏଁ ମୌସୁମୀ ପାଇଁ ୮୭ ସେଣ୍ଟିମିଟର ବର୍ଷା ହେଇଥାଏ, ଏଥର ୧୦୬ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.