କନିଷ୍ଠ ଶିକ୍ଷକଙ୍କ ଦରମା ୫୦%କୁ ବୃଦ୍ଧି, ଉପକୃତ ହେବେ ୩୩ ହଜାର ୩୮ ଶିକ୍ଷକ

0

ଭୁବନେଶ୍ଵର, ୦୩/୦୧ : କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି। ଉପକୃତ ହେବେ ୩୩,୦୩୮ ଶିକ୍ଷକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ଵାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

Leave A Reply

Your email address will not be published.