ସବୁ ଜିଲ୍ଲାରେ କାର୍ଯ୍ୟକାରୀ ହେବ ମିଲେଟ୍ ମିଶନ: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର, ୧୦।୧୧: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇ ରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା  ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଣ୍ଡିଆ ଦିବସ ଅବସରରେ କହିଛନ୍ତି।

ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି । ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ  ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ  ମିଲେଟ ମିଶନ ଆରମ୍ଭ କରାଯାଇଛି। ଏଥିରେ ପାଞ୍ଚ ବର୍ଷରେ ଦୁଇ ହଜାର ଆଠ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମିଲେଟ ମିଶନ ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି । ୟୁନାଇଟେ ନେସନ ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି । ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ  ହୋଇଛି । ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ  କାର୍ଯ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏବେ ଏହି ମିଶନ ସହ ୨ ଲକ୍ଷ ଚାଷୀ, ୮୨ଟି ଏଫପିସ  ଓ ୧୨୦୦ ମିଶନ ଶକ୍ତି ଗ୍ରୁପ  ସାମିଲ ହୋଇଛନ୍ତି । ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ।     ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।

Leave A Reply

Your email address will not be published.