ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମନ

ଭୁବନେଶ୍ବର, ୨୪।୨: ଠକେଇ ଓ ଅନ୍ୟାନ୍ୟ ମାମଲାରେ ଫସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ। କ୍ରାଇମବ୍ରାଞ୍ଚ ପକ୍ଷରୁ ରୁଜୁ ମାମଲାରେ ହାଇକୋର୍ଟ ଆଜି ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଶ୍ରୀ ପାଣିଗ୍ରାହୀଙ୍କୁ ଜାମିନ ମିଳିଛି। ତା’ସହିତ ୨୪ ଲକ୍ଷ ଟଙ୍କା ନଗଦ ଜମା କରିବାକୁ ମଧ୍ୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ଗତ ବର୍ଷ ଡିସେମ୍ବର ୪ ତାରିଖରେ ଗିରଫ କରିଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ )ବି) ଏବଂ ଆଇଟି ଆକ୍ଟ ୨୦୦୦ର ଦଫା ୬୬ ସି ଓ ଡିରେ ମାମଲା ରୁଜୁ ହୋଇଛି।

ଟାଟା କମ୍ପାନିରେ ଚାକିରି କରାଇ ଦେବାକୁ କହି ଭାବି ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ସେ ଟଙ୍କା ଆଦାୟ କରୁଥିଲେ ବୋଲି ଅଭିଯୋଗ ରହିଛି। ଏହା ସହିତ ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।

ଗିରଫ ହେବା ପୂର୍ବରୁ ଗତବର୍ଷ ନଭେମ୍ବର ମାସ ୨୯ ତାରିଖରେ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଥିଲା।

Comments are closed.