ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ

ନିବେଦିତା ମିଶ୍ର ହେଲେ ଉଚ୍ଚଶିକ୍ଷା ନିର୍ଦ୍ଦେଶକ

ଭୁବନେଶ୍ବର, ୩୧।୫: ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ନିବେଦିତା ମିଶ୍ରଙ୍କୁ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ଅବକାରୀ ବିଭାଗର ଅତିରିକ୍ତ ସଚିବ ପ୍ରମୋଦ କୁମାର ମିଶ୍ର ଓଡ଼ିଶା ଲୋକସେବା ଆୟୋଗର ସଚିବ ଭାବେ ବଦଳି ହୋଇଛନ୍ତି । ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ସାହୁଙ୍କୁ ରାଜ୍ୟ ଏକ୍ସପୋର୍ଟ ଓ ପ୍ରମୋସନ ଆଣ୍ଡ ମାର୍କେଟିଂ(ଡିଇପିଏମ) ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ଯାଜପୁର ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତିଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଏବଂ ଆଠମଲ୍ଲିକ ଉପଜିଲ୍ଲାପାଳ ଲଳିତ ମୋହନ ବେହେରାଙ୍କୁ ଅନୁଗୁଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ।

Comments are closed.