ଖରାକୁ ଦେଖି ଏବେ ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ

ଭୁବନେଶ୍ବର, ୨୬।୨: ବଢ଼ିଚାଲିଛି ରାଜ୍ୟର ଗ୍ରୀଷ୍ମପ୍ରକୋପ। ଦିନକୁ ଦିନ ଖରାର ତାତି ବଢ଼ିବାରେ ଲାଗିଛି। ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏ ଚାଲିବ। ଏନେଇ ସବୁ ଡିଇଓମାନଙ୍କୁ ଚିଠି କରିଛନ୍ତି ଗଣଶିକ୍ଷା ଅତିରିକ୍ତ ସଚିବ।

ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷରେ ଗ୍ରୀଷ୍ମ ପ୍ରବାହକୁ ଦେଖି ଦୁଇ ଦିନ ତଳେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିଲେ। ଗ୍ରୀଷ୍ମ ପ୍ରବାହ ଜନିତ ଅସୁସ୍ଥତା ସଂପର୍କରେ ଲୋକଙ୍କୁ ସଚେତନ କରିବାକୁ ଚିଠିରେ ସେ ଲେଖିଥିଲେ। ସଚେତନତା କାର୍ଯ୍ୟରେ ସାମାଜିକ ସଂସ୍ଥାକୁ ସାମିଲ ଲାଗି ପରାମର୍ଶ ଦିଆଯାଇଥିଲା।

Comments are closed.