ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ୱର, ୩/୬: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ। ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କିଛି ସମୟ ଆଗରୁ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ରାଜ୍ୟ କ୍ୟାବିନେଟ ବୈଠକ ହୋଇଥିଲା। ଆସନ୍ତାକାଲି ଭୋଟ ଗଣତି ରହିଛି। ଏହା ପୁବରୁ ଓଡିଶା ବିଧାନସଭା ଭଙ୍ଗ କରାଯାଇଛି। ବାସ୍ତବରେ ଆଜି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା । ଏଥିରେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା।

ଚଳିତ ସାଧାରଣ ନିର୍ବାଚନର ଭୋଟ୍ ଗଣତି ଆସନ୍ତା ୪ ତାରିଖରେ ଅନୁଷ୍ଠିତ ହେବ। ଭୋଟ୍ ଗଣତି ପୂର୍ବରୁ ମନ୍ତ୍ରିମଣ୍ଡଳ ଭଙ୍ଗ କରିବା ନେଇ ବୈଠକରେ ନିଷ୍ପତ୍ତି ହୋଇଥିଲା । ଭୋଟ୍ ଗଣତି ପରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଦଳ ସରକାର ଗଢ଼ିବା ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ବାଚନ ପ୍ରକ୍ରିୟା ଅନୁଯାୟୀ, ଜୁନ୍ ୪ରେ ଭୋଟ୍ ଗଣତି ରହିଛି। ଏହା ପୂର୍ବରୁ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ପୂରଣ ନେଇ ଅବଗତ କରାଇଛନ୍ତି ।

Comments are closed.