ନଭି ମୁମ୍ବାଇସ୍ଥିତ ଓଡ଼ିଶା ଭବନର ଭଡ଼ା ଦେୟ ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୭।୫: ଓଡ଼ିଶା ଭବନର ଭଡ଼ା ଦେୟକୁ ଛାଡ଼ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନଭି ମୁମ୍ବାଇସ୍ଥିତ ଓଡ଼ିଶା ଭବନର ଭଡ଼ା ଦେୟ ବାବଦକୁ ପ୍ରାୟ ୨ କୋଟି ୧୬ ହଜାର ଟଙ୍କା ରାଶି ଛାଡ଼ କରିଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ୍‌ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନଙ୍କ ସଙ୍ଗରୋଧ ନିମନ୍ତେ ନଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଅପ୍ରେଲରୁ ବ୍ୟବହାର କରିଆସୁଛନ୍ତି। ଏହାର ଭଡ଼ା ବାବଦକୁ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ ଏହି ମହାମାରୀର ବିପଦ ସମୟରେ ମାନବିକତା ତଥା ମୁମ୍ବାଇର ଜନସାଧାରଣଙ୍କ ପ୍ରତି ସଦିଚ୍ଛାପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡ଼ା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ରକୁ ଜରୁରୀ ଭିତ୍ତିରେ ଗତ ୧୫ ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି।

Comments are closed.