ରାଜ୍ୟର ପାରଦ ଡେଇଁଲା ୪୦ ଡିଗ୍ରି: ୪୧ ଡିଗ୍ରିରେ ସିଝିଲେ ମାଲକାନଗିରିବାସୀ

0

ଭୁବନେଶ୍ବର, ୩୦/୩: ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଛି। ମାଲକାନଗିରିରେ ଶନିବାର ଦିନ ତାପମାତ୍ରା ସର୍ବାଧିକ ୪୧ଡ଼ିଗ୍ରି ଛୁଇଁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଜି ବୌଦ୍ଧ ଏବଂ ଟିଟିଲାଗଡ଼ରେ ୪୦.୫, ବଲାଙ୍ଗୀରରେ ୪୦.୨, ନୟାଗଡ଼ରେ ୪୦, ଭୁବନେଶ୍ୱରରେ ୩୭ ଏବଂ କଟକରେ ୩୭.୬ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି।

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବନି। ଆହୁରି ମଧ୍ୟ କୁହାଯାଇଛି ଯେ ଉପକୂଳ ଓଡ଼ିଶାରେ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ। ଲୋକେ ସନ୍ତୁଳି ହେବେ। ଦିନ ୧୦ ଟାରୁ ଅପରାହ୍ନ ୩ ଟାକୁ ପିକ୍ ଆଓ୍ବାର ଘୋଷଣା କରାଯାଇଛି। ଏହି ସମୟରେ ବୟସ୍କ ଏବଂ ଶିଶୁଙ୍କୁ ସିଧାସଳଖ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦିଆଯାଇଛି। ଏଣେ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରି ଅତିକ୍ରମ କରିବ ତାପମାତ୍ରା ବୋଲି ଚେତାବନୀ ଦେଇଛି ପାଣିପାଗ ବିଭାଗ। ଉପକୂଳ ଓଡ଼ିଶାରେ ୩୯ ଡିଗ୍ରି ସହ ୬୦ ପ୍ରତିଶତ ରହିବ ଆର୍ଦ୍ରତା ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

 

Leave A Reply

Your email address will not be published.