ବାଣ ଫୁଟାକୁ ନେଇ ଗାଇଡ୍‌ଲାଇନ୍‌ ଜାରି କଲେ ଏସ୍‌ଆର୍‌ସି, କେବଳ ସବୁଜ ବାଣକୁ ଅନୁମତି

0

ଭୁବନେଶ୍ବର, ୧।୧୧: ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିନର(ଏସ୍‌ଆର୍‌ସି)। ନୂଆ ନିୟମ ଅନୁସାରେ ଦୀପାବଳିରେ କେବଳ ପରିବେଶ ଅନୁକୂଳ ବାଣ ବା ସବୁଜ ବାଣକୁ ଅନୁମତି ଦିଆଯାଇଛି ବାଣ ଫୁଟାକୁ ନେଇ ଗତ ଅକ୍ଟୋବର ୩୦ରେ ସୁପ୍ରିମକୋର୍ଟ ଓ ଆଜି ଓଡ଼ିଶା ହାଇକୋର୍ଟଙ୍କ ରାୟ ଆସିବା ପରେ ରାଜ୍ୟ ସରକାର ଏହି ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି ଆଜି ଓଡ଼ିଶା ହାଇକୋର୍ଟ ଏକ ନିର୍ଦ୍ଦେଶ ଜାରି କରି କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦେଇଛନ୍ତି କେବଳ ପେଟ୍ରୋଲିୟମ ଓ ବିସ୍ଫୋରକ ନିରାପତ୍ତା ସଂଗଠନ (ପେଲୋ) ଅନୁମତିପ୍ରାପ୍ତ ପରିବେଶ ଅନୁକୂଳ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି

ଏସ୍‌ଆର୍‌ସିଙ୍କ ପକ୍ଷରୁ ଜାରି ସଂଶୋଧିତ ଗାଇଡ୍‌ଲାଇନ୍‌ ଅନୁସାରେ, ଦୀପାବଳି ରାତି ୮ଟାରୁ ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଇବାକୁ ଅନୁମତି ମିଳିଛି। କେବଳ ପେଟ୍ରୋଲିୟମ ଓ ବିସ୍ଫୋରକ ନିରାପତ୍ତା ସଂଗଠନ (ପେସୋ) ଅନୁମୋଦିତ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛିଅନ୍ୟ ପ୍ରକାରର ବାଣର ବିକ୍ରି ଓ ଫୁଟାଇବାକୁ ସଂପୂର୍ଣ୍ଣ ନିଷିଦ୍ଧ କରାଯାଇଛିକେବଳ ପେସୋ ଦ୍ବାରା ପ୍ରମାଣପତ୍ର ପାଇଥିବା ଡିଲର ହିଁ ବାଣ ବିକ୍ରି କରିପାରିବେଭାରତୀୟ ବିସ୍ଫୋରକ ଆଇନ ଅଧୀନରେ ଉପଯୁକ୍ତ ଅଧିକାରୀଙ୍କଠାରୁ ଅନୁମତିପ୍ରାପ୍ତ ଖୁଚୁରା ବ୍ୟବସାୟୀମାନେ ହିଁ ବାଣ ଦୋକାନ ଖୋଲିପାରିବେପ୍ରଶାସନ ଦ୍ବାରା ନିର୍ଦ୍ଧାରିତ ସ୍ଥାନରେ ହିଁ ବାଣ ଦୋକାନ ଖୋଲା ଯାଇପାରିବ ସେଠାରେ କୋଭିଡ୍ କଟକଣା ପାଳନ କରାଯିବ

 

Leave A Reply

Your email address will not be published.