ନିରବି ଗଲେ ନିର୍ଜୀବ ପଥରର ବିନ୍ଧାଣୀ ରଘୁନାଥ ମହାପାତ୍ର

0

ଭୁବନେଶ୍ୱର, ୯।୫: ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କର କରୋନାରେ ପରଲୋକ ଘଟିଛି। ଦୀର୍ଘ ଦିନ ଧରି କରୋନାରେ ସଂକ୍ରମିତ ହୋଇ ସେ ଚିକିତ୍ସାଧୀନ ଥିଲେ। ଭୁବନେଶ୍ୱର ଏମସ୍‌ରେ ଚିକିତ୍ସାଧୀ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ଗତ ୨୨ ତାରିଖରେଏମସ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ରବିବାର ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଥିବା ଏମସ୍‌ ନିର୍ଦେଶକ ସୂଚନା ଦେଇଛନ୍ତି। ଅପରାହ୍ନ ୩ଟା ୪୯ରେ ତାଙ୍କର ମୃତ୍ୟ ହୋଇଥିବା ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ସେ ରାଜ୍ୟସଭା ସାସଂଦ ସହ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଥିଲେ।

ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିଛନ୍ତି । ଓଡ଼ିଶା ଜଣେ ମହାନ ବ୍ୟକ୍ତିଙ୍କୁ ହରାଇଲା ବୋଲି ସେ ଶୋକ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଶିଳ୍ପୀ ତଥା ସାଂସଦ ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି ଟ୍ୱିଟରେ ଉଲ୍ଲେଖ କରିଛନ୍ତି।

 

Leave A Reply

Your email address will not be published.