ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ, ୧୩।୧: ପ୍ରଖ୍ୟାତ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଆଉ ନାହାନ୍ତି।  ଆଜି ଏସସିବି କୋଭିଡ୍ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ଏ ନେଇ ସୂଚନା ଦେଇଛନ୍ତି ଏସ୍‌ସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା।

ଡିସେମ୍ବର ୨୫ ତାରିଖରେ ଡି. ପ୍ରକାଶ ରାଓ ଅସୁସ୍ଥ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେହି ସମୟରେ ତାଙ୍କର ହୋଇଥିବା କରୋନା ଟେଷ୍ଟରେ ପଜିଟିଭ୍ ଆସିଥିଲା। ପରେ ତାଙ୍କୁ ଏସ୍‌ସିବି କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ରାଓଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଚିକିତ୍ସା ପାଇଁ ଏକ ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା।

କିଛି ଦିନ ତଳେ ତାଙ୍କର କୋଭିଡ୍ ରିପୋର୍ଟ ମଧ୍ୟ ନେଗେଟିଭ୍ ଆସିଥିଲା। ପରେ ତାଙ୍କୁ ସେଣ୍ଟ୍ରାଲ୍ ଆଇସିୟୁକୁ ସ୍ଥାନାନ୍ତର କରାଯିବା ପାଇଁ ଯୋଜନା କରାଯାଇଥିଲା। ଏହା ପୂର୍ବରୁ ଆଜି ଅପରାହ୍ନ ୪.୧୫ ମିନିଟ୍‌ରେ ଆଖି ବୁଜିଛନ୍ତି ଡି. ରାଓ। ବ୍ରେନ ଷ୍ଟ୍ରୋକରେ ତାଙ୍କର ପରଲୋକ ଘଟିଥିବା କହିଛନ୍ତି ତାଙ୍କ ଝିଅ।

Comments are closed.