ଏପ୍ରିଲ ୧୭ରୁ ଅଙ୍ଗନୱାଡ଼ି କେନ୍ଦ୍ରରେ ସକାଳ ୭ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା

0

ଭୁବନେଶ୍ୱର ୧୬/୪: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏପ୍ରିଲ ୧୭ରୁ ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପ୍ରଥମରୁ ଦ୍ବାଦଶ ‌ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ। ଏଥିସହ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ ବୋଲି ନିଷ୍ପତ୍ତି ହୋଇଛି। ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ଛୁଟି ଘୋଷଣା କରିପାରିବେ। ପୁନଶ୍ଚ, ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କୁ ଯନ୍ତ୍ରବାନ ହେବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.