ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ

ଜୁଲାଇ ୧୭ ନାମାଙ୍କନର ଶେଷ ତାରିଖ

0

ନୂଆଦିଲ୍ଲୀ ୨୯୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏବେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି ଆସନ୍ତା ଅଗଷ୍ଟ ୬ ତାରିଖରେ ଭାରତରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବଏ ନେଇ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ଅଗଷ୍ଟ ୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବା ସହିତ ସେହିଦିନି ହିଁ ଭୋଟ ଗଣତି ହେବ

ସୂଚନାଯୋଗ୍ୟ, ବର୍ତ୍ତମାନର ଉପରାଷ୍ଟ୍ରପତି ଏମ୍. ଭେଙ୍କୟା ନାଇଡୁଙ୍କର ଆସନ୍ତା ଅଗଷ୍ଟ ୧୦ ତାରିଖରେ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ତେଣୁ ଏହା ପୂର୍ବରୁ ନୂଆ ଉପରାଷ୍ଟ୍ରପତି ନିର୍ବାଚିତ ହେବେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଜୁଲାଇ ୧୯ତାରିଖରେ ଶେଷ ହେବ ଏହା ପରେ ଅଗଷ୍ଟ ୬ ତାରିଖ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ଭୋଟ ଗ୍ରହଣ ଅନୁଷ୍ଠିତ ହେବ ସେହିଦିନ ହିଁ ଫଳାଫଳ ଘୋଷଣା ହେବ କାରଣ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ ତାରିଖରେ ଶେଷ ହେଉଥିବାରୁ ଏହାର ୪ ଦିନ ପୂର୍ବରୁ ହିଁ ନୂତନ ଉପରାଷ୍ଟ୍ରପତି ନିର୍ବାଚିତ ହେବେ

Leave A Reply

Your email address will not be published.