ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୧/୧୦: ଲୋକସେବା ଭବନରେ ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଛନ୍ତି ଯେ, ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ବପୂର୍ଣ୍ଣ। ମାଆମାନେ ଭଲ କାମ କରୁଛନ୍ତି। ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତି। ଗତି ହିଁ ଶକ୍ତି, ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିଛି। ୧୫ ହଜାର ମାଆ ପାଇଛନ୍ତି ସ୍କୁଟର। ଆଗକୁ ଆଉ ୨ ଲକ୍ଷ ମାଆ ସ୍କୁଟର ପାଇବେ। ମିଶନଶକ୍ତି ସ୍କୁଟର ଯୋଜନାରେ ୫୨୮ କୋଟି ଟଙ୍କାର ସୁଧ ଋଣ ଛାଡ଼ ହେବ।

ଏଣେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ଏହି କାର୍ଯ୍ୟକ୍ରମରେ କହିଛନ୍ତି, ଏହା ଏକ ଏକ ଯୁଗାନ୍ତକାରୀ ପଦକ୍ଷେପ। ସ୍କୁଟର ମାଆମାନଙ୍କ ପାଇଁ ଏକ ପ୍ରତୀକ। ୩୩୮ ବ୍ଲକ ଫେଡେରେସନକୁ ସ୍କୁଟର ଦିଆଯିବ। ପଞ୍ଚାୟତ ଫେଡେରେସନ ପାଇଁ ଅଫିସ କମ୍ପ୍ଲେକ୍ସ ଓ ମାର୍କେଟ ବିଲ୍ଡିଂ ପାଇଁ ପ୍ରତି ପଞ୍ଚାୟତକୁ ୩୦ ଲକ୍ଷ ଲେଖାଏଁ ଟଙ୍କା ଦିଆଯାଇଛି । ୨ ଲକ୍ଷ ଗ୍ରୁପକୁ ୧୫୦ କୋଟିର ସୁଧ ଫେରସ୍ତ କରାଯାଇଛି। ଏସଏଚଜିକୁ ଏସଏମଇରେ ପରିଣତ ପାଇଁ ବଡ଼ ସହାୟକ ହେବ। ମିଶନ ଶକ୍ତି ମହିଳା ଘରୁ ବାହାରି ନିଜର ପରିଚୟ ସୃଷ୍ଟି କରିବେ।

 

Comments are closed.