ସୋଆ ଫଟୋଗ୍ରାଫି କ୍ଲବ୍‌ ପକ୍ଷରୁ କର୍ମଶାଳା, ବିବାହ ଓ ପୋଟ୍ରେଟ୍ ଫଟୋଗ୍ରାଫି ଶିଖିଲେ ଛାତ୍ରଛାତ୍ରୀ

0

ଭୁବନେଶ୍ୱର ୫/୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫଟୋଗ୍ରାଫି କ୍ଲବ୍‌ ପକ୍ଷରୁ ସୋମବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ସୋ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେସନ୍‌ ଆଣ୍ଡ୍‌ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଏହି କର୍ମଶାଳାର ଆୟୋଜନ କରାଯାଇଥିବା ବେଳେ ନିକନ୍‌ ଇଣ୍ଡିଆ ପକ୍ଷରୁ ଏହାର ପରିଚାଳନା କରାଯାଇଥିଲା ନିକନ୍‌ ଇଣ୍ଡିଆ ମେଂଟର୍‌ ଶ୍ରୀ ଆଶୁତୋଷ ସାହୁ, ଶ୍ରୀ ଦେବାଂଶୁ ପଟ୍ଟନାୟକ ଏବଂ ଶ୍ରୀ ଦେବେଶ କୁମାର ମାଝି କର୍ମଶାଳାରେ ଅତିଥି ବକ୍ତା ଭାବେ ଯୋଗ ଦେଇଥିଲେ

ଏହି କର୍ମଶାଳାରେ ଛାତ୍ରଛାତ୍ରୀ ବାହାଘର ଏବଂ ପୋଟ୍ରେଟ୍‌ ଫଟୋଗ୍ରାଫ ସମ୍ପର୍କରେ ବିଭିନ୍ନ ଜ୍ଞାନ ଆହରଣ କରିଥିଲେ । ଏଥି ସହିତ କ୍ୟାମେରା ଗିୟର୍ସ ସମ୍ପର୍କରେ ମଧ୍ୟ ଶିଖିଥିଲେ ଛାତ୍ରଛାତ୍ରୀମାନେ କେବଳ ଫଟୋଗ୍ରାଫିର ପ୍ରକ୍ରିୟା ନୁହେଁ ବରଂ ଫଟୋ ଉଠାଇବା ପଛରେ ଥିବା ଆବେଗକୁ ମଧ୍ୟ ଶିଖିବାକୁ ଚେଷ୍ଟା କରିଥିଲେ ଓ ଫଟୋଗ୍ରାଫିର ଗୁରୁତ୍ୱ ଉପଲବ୍ଧି କରିଥିଲେ କର୍ମଶାଳାରେ ସୋଆ ଛାତ୍ର ମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, କମ୍ପ୍ୟୁଟର ସାଇନ୍ସ ବିଭାଗର ମୁଖ୍ୟ ପ୍ରଫେସର ଦେବାହୁତି ମିଶ୍ର, ଆସିଷ୍ଟାଂଟ ପ୍ରଫେସର ଡକ୍ଟର ସତୀଶ ସାମଲ୍‌ ଏବଂ ଆସିଷ୍ଟାଂଟ ପ୍ରଫେସର ଡକ୍ଟର ଜଗସିର ସିଂହ ପ୍ରମୁଖ ଉପସ୍ଥିତ ଥିଲେ

Leave A Reply

Your email address will not be published.