ଚତୁର୍ଥ ପର୍ଯ୍ୟାୟରେ ୫-ଟି କାର୍ଯ୍ୟକ୍ରମରେ ହିଞ୍ଜିଳିର ଆଉ ୧୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

0

ଭୁବନେଶ୍ୱର, ୨୮।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଶନିବାରରେ ଚତୁର୍ଥ ପର୍ଯ୍ୟାୟରେ ୫-ଟି କାର୍ଯ୍ୟକ୍ରମରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଶନିବାରରେ ଲୋକାର୍ପିତ ହୋଇଥିବା ବିଦ୍ୟାଳୟଗୁଡ଼ିକ ହେଲାପଞ୍ଚାୟତ ହାଇସ୍କୁଲ(ଦୁରବନ୍ଧ ପଞ୍ଚାୟତ), ସରକାରୀ ହାଇସ୍କୁଲ (ସେରଗଡ ପଞ୍ଚାୟତ), ବୃନ୍ଦାବନ ସରକାରୀ ହାଇସ୍କୁଲ (ହିଞ୍ଜିଳିକାଟୁ ମ୍ୟୁନିସ୍‌ପାଲଟି), ରାମଚନ୍ଦ୍ରପୁର ହାଇସ୍କୁଲ (ନରେନ୍ଦ୍ରପୁର ପଞ୍ଚାୟତ), ୟୁ.ଏନ୍‌. ହାଇସ୍କୁଲ(ସିକ୍ରୀ ପଞ୍ଚାୟତ), ବି. ବ୍ରହ୍ମପୁର ହାଇସ୍କୁଲ (କୃଷ୍ଣଛାଇ ପଞ୍ଚାୟତ) ସରକାରୀ ୟୁ.ଜି. ହାଇସ୍କୁଲ ବିକେପୁର (ପୁଟିଆପଦର ପଞ୍ଚାୟତ), ନରେନ୍ଦ୍ରପୁର ହାଇସ୍କୁଲ (ନରେନ୍ଦ୍ରପୁର ପଞ୍ଚାୟତ) ସରକାରୀ ୟୁ.ଜି. ହାଇସ୍କୁଲ (ନନ୍ଦିକା ପଞ୍ଚାୟତ) ଓ ପିତ୍ତଳ ବାଳକ ହାଇସ୍କୁଲ(ପିତ୍ତଳ ପଞ୍ଚାୟତ)।

ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଆଜି ସୁଦ୍ଧା ୪୦ଟି ସ୍କୁଲ ଲୋକାର୍ପିତ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ହିଞ୍ଜିଳିର ଏ ସ୍କୁଲ ରୂପାନ୍ତର ପିଲାମାନଙ୍କ ମଧ୍ୟରେ ଖୁସି ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବ ଓ ସେମାନଙ୍କୁ ଜୀବନର ସବୁ କ୍ଷେତ୍ରରେ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିବ। ମୁଖ୍ୟମନ୍ତ୍ରୀ କହିଥିଲେ, ବର୍ତ୍ତମାନ ଯୁଗ ପ୍ରତିଯୋଗିତାର ଯୁଗ। ଜ୍ଞାନର ଯୁଗବର୍ତ୍ତମାନ ଯୁଗର ଆବଶ୍ୟକତାକୁ ଆଖି ଆଗରେ ରଖି ଆମେ ପିଲାଙ୍କୁ ସବୁଠାରୁ ଭଲ ସୁବିଧା ଦେବା ପାଇଁ ଚେଷ୍ଟା କରିଛୁହିଞ୍ଜିଳିରୁ ଆରମ୍ଭ ହୋଇଥିବା ଏ ପରିବର୍ତ୍ତନ, ଏ ରୂପାନ୍ତର ଓଡ଼ିଶାର ଭବିଷ୍ୟତକୁ ଉଜ୍ଜଳ କରିବ ଓ ଓଡ଼ିଶାର ପିଲାମାନଙ୍କୁ ଦେଶର ଶ୍ରେଷ୍ଠ ନାଗରିକ କରି ଗଢ଼ି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଶା ବ୍ୟକ୍ତ କରିଥିଲେ

ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଛାତ୍ର ଜୀବନ ହେଉଛି ଭବିଷ୍ୟତ ଗଢ଼ିବାର ସମୟ। ପିଲାମାନଙ୍କର ଭବିଷ୍ୟତ ଭଲ ହେଲେ, ରାଜ୍ୟ ଓ ଦେଶର ଭବିଷ୍ୟତ ମଧ୍ୟ ଉଜ୍ଜଳ ହେବ ତେଣୁ ସବୁ ପିଲାମାନେ ନିଜ ଭବିଷ୍ୟତ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ କଠୋର ପରିଶ୍ରମ କରନ୍ତୁ ଏବଂ ନିଜ ପାଇଁ ଓ ନିଜ ପରିବାର ପାଇଁ ସଫଳତା ଆଣନ୍ତୁ ବୋଲି ସେ କହିଥିଲେ ପିଲାମାନଙ୍କ ସଫଳତା ହିଁ ହେବ ଆମ ପାଇଁ ସବୁଠାରୁ ବଡ଼ ପୁରସ୍କାର୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡ଼ିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ। ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀ ଜଗନ୍ନାଥ ସାରକା ,ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ବିଧାୟକମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ, ହିଞ୍ଜିଳିର ସ୍କୁଲଗୁଡ଼ିକର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ। ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲଗୁଡ଼ିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେଆଗାମୀ ନଭେମ୍ବର ୧୪ ଶିଶୁ ଦିବସରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୫ଟି ରୂପାନ୍ତରଣରେ ରୂପାନ୍ତରିତ ହୋଇଥିବା ୧୦୭୦ ଲୋକାର୍ପିତ ହେବ ବୋଲି କାର୍ଯ୍ୟକ୍ରମ ପରିଚାଳନା କରି ୫-ଟି ସଚିବ ଭି କେ ପାଣ୍ଡିଆନ୍ ସୂଚନା ଦେଇଥିଲେ

Leave A Reply

Your email address will not be published.