ଆସନ୍ତାକାଲି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

ପୁରୀ, ୧/୯: ଆସନ୍ତାକାଲି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ। ଅପରାହ୍ନ ୨ ଟା ୩୦ ଠାରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ୨ ସେପ୍ଟେମ୍ବର, ବୁଧବାର, ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ ।

ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ ଟା ୩୦ଠାରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ଅର୍ଥାତ୍ ରେଖାପଞ୍ଚମୀ ଦିନ ଅନୁଷ୍ଠିତ ହୋଇଥାଏ।ଏହା ମହାପ୍ରଭୁଙ୍କ ଏକ ସ୍ୱତନ୍ତ୍ର ଏବଂ ଗୁପ୍ତ ନୀତିକାନ୍ତି ଅଟେ।ପରମ୍ପରା ଅନୁଯାୟୀ, ସ୍ନାନ ପୂର୍ଣ୍ଣିମାରୁ ମହାପ୍ରଭୁଙ୍କଠାରୁ ଓଲାଗି ହୋଇଥିବା ସ୍ୱର୍ଣ୍ଣ ରାହୁରେଖାକୁ ଆସନ୍ତାକାଲି ପୁନର୍ବାର ଶ୍ରୀମୁଖରେ ଲାଗି କରାଯିବ।

Comments are closed.