ଭୁବନେଶ୍ୱର, ୧୪/୧୧: ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଝଟକା ଲାଗିଛି। ମହିଳା ଆଇଆଇସିଙ୍କୁ ଧକ୍କା ମାରିବା ଘଟଣାରେ ଆଗୁଆ ଜାମିନ ପାଇଁ ଜୟନାରାୟଣ କରିଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି।
ମହିଳା ଆଇଆଇସିଙ୍କୁ ଧକ୍କା ମାରିବା ଘଟଣାରେ ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ପ୍ରଥମେ ଖାରଜ କରିଥିଲେ । ଏହା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏବେ ସୁପ୍ରିମକୋର୍ଟ ଓଡିଶା ହାଇକୋର୍ଟଙ୍କ ରାୟକୁ କାଏମ୍ ରଖିଛନ୍ତି।
ଗତବର୍ଷ ଫେବ୍ରୁଆରୀ ୧୫ରେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ବେଳେ ପୁଲିସ ଏବଂ ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଥିଲେ । ଏହି ସମୟରେ ଜୟନାରାୟଣ ତତ୍କାଳୀନ କାର୍ଯ୍ୟରତ ଧନୁପାଲୀ ଥାନା ଆଇଆଇସି ଅନିତା ପ୍ରଧାନଙ୍କୁ ଧକ୍କା ମାରିଥିବା ଅଭିଯୋଗ ହୋଇଥିଲା। ଆଇଆଇସି ଜୟନାରାୟଣଙ୍କୁ ମାଡ଼ ମାରିଥିବା ନେଇ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା।