ପୁଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ମାମଲାର ତଦନ୍ତ କରିବ ସିବିଆଇ

0

ଭୁବନେଶ୍ବର, ୨୨/୧୦: ବହୁ ଚର୍ଚ୍ଚିତ ପୁଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ସମ୍ବନ୍ଧିତ ଦୁର୍ନୀତିର ଚେର ବିଭିନ୍ନ ରାଜ୍ୟକୁ ବ୍ୟାପିଛି, ଆନ୍ତ-ରାଜ୍ୟ ଅପରାଧୀ ସଂଗଠନଙ୍କ ସଂପୃକ୍ତି ଥିବାର ସନ୍ଦେହ କରାଯାଉଛି।

ବ୍ୟାପକ ଦୁର୍ନୀତିର ଅଭିଯୋଗ

ଓଡ଼ିଶା ପୁଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି। ଏସବୁକୁ ଦୃଷ୍ଟିରେ ରଖି, ଏହି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା  ସିବିଆଇକୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଷ୍ପତ୍ତି ଅନୁସାରେ ଏହାଛଡା ପୁଲିସ ଏବଂ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ଚୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି) ଦ୍ବାରା ପ୍ରସ୍ତୁତ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜି ପ୍ରାଇଭେଟ୍ ଲିମିଟେଡର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟିର ପତ୍ତା ମିଳୁନଥିବା ବେଳେ ଗିରଫ ୪ ଜଣଙ୍କ ସମ୍ପର୍କରେ କ୍ରାଇମବ୍ରାଞ୍ଚ ଅନେକ ତଥ୍ୟ ହାସଲ କରିଛି। ପୁଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଏପର୍ଯ୍ୟନ୍ତ ୧୨୩ ଜଣ ଗିରଫ ହୋଇସାରିଛନ୍ତି।

 

Leave A Reply

Your email address will not be published.