ଜୁଲାଇ ୪ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର, ୨୩/୬: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଜୁଲାଇ ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ରାଜ୍ୟରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସରକାରୀ କାର୍ଯ୍ୟକ୍ରମ ସହିତ ଦଳୀୟ ସଂଗଠନ ପକ୍ଷରୁ ଆୟୋଜିତ ବୈଠକ ଓ ସମାବେଶରେ ମଧ୍ୟ ଅମିତ ଶାହଙ୍କ ଉପସ୍ଥିତି ରହିବ।

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଏହି ଗସ୍ତରେ ସେ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ସହ ଦଳୀୟ ନେତୃତ୍ୱ ଓ କର୍ମୀମାନଙ୍କୁ ମାର୍ଗଦର୍ଶନ ଦେଇପାରନ୍ତି। ଅମିତ ଶାହଙ୍କ ଗସ୍ତକୁ ନେଇ ରାଜ୍ୟ ବିଜେପି ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଥିବାବେଳେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଉଛି। ତାଙ୍କ ଏହି ଗସ୍ତକୁ ରାଜ୍ୟ ରାଜନୀତିରେ ଏକ ଗୁରୁତ୍ବପୂର୍ଣ୍ଣ ଘଟଣା ଭାବେ ଦେଖାଯାଉଛି।

 

Comments are closed.