ଭୁବନେଶ୍ୱର: ଆଜି ମଙ୍ଗଳବାର ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୪ତମ ବୈଠକରେ ୭ ବିଭାଗର ୧୩ଟି ପ୍ରସ୍ତାବ ପାରିତ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l
ବୈଠକରେ ୭ ଟି ବିଭାଗର ୧୩ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୭ଟି ଏହିପରି ମୋଟ ୭ଟି ବିଭାଗର ମୋଟ ୧୩ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି।
Comments are closed.